କଟକରେ ପ୍ରାୟ ୪୦ ପୂଜା ମଣ୍ଡପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

କଟକରେ ପ୍ରାୟ ୪୦ ପୂଜା ମଣ୍ଡପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ କଲେ ପ୍ରାର୍ଥନା

ସଂସ୍କୃତିର ସହର କଟକର ବ୍ୟାପକ ବିକାଶ କରାଯିବ, କଟକ ସହର ହେବ  ସ୍ମାର୍ଟ ସହର: ମୁଖ୍ୟମନ୍ତ୍ରୀ

ajay kumar nayak
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକରେ ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଛନ୍ତି । କଟକବାସୀଙ୍କ ସୌଜନ୍ୟତା ଓ ଭାଇଚାରାରେ ଅଭିଭୂତ ହୋଇ ମୁଖ୍ୟମନ୍ତ୍ରୀ କଟକବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ଦିଗରେ ସେମାନଙ୍କ ପ୍ରୟାସର ଭୂୟସୀ ପ୍ରଶଂସା କରିଛନ୍ତି ।  

ମୁଖ୍ୟମନ୍ତ୍ରୀ ରାଜ୍ୟର ସର୍ବାଙ୍ଗୀନ ବିକାଶ ନିମନ୍ତେ ମା’ଙ୍କ ଆଶିଷ ଭିକ୍ଷା କରିବା ସହ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ନିମନ୍ତେ ପ୍ରାର୍ଥନା କରିଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନୂଆ ସରକାର ନୂଆ ଆଶା ଉଦ୍ଦୀପନା ନେଇ ନୂଆ ଓଡ଼ିଶା ଗଠନର ସଂକଳ୍ପ ନେଇ ଆସିଛି । ୧୦୦୦ ବର୍ଷର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବହନ କରୁଥିବା କଟକ ସହରର ସର୍ବାଙ୍ଗୀନ ବିକାଶ ସହ ଏହାକୁ ସ୍ମାର୍ଟ ସିଟି କରିବା ଏବଂ କଟକ-ଭୁବନେଶ୍ୱରକୁ ଟୁଇନ୍‌-ସିଟି ଭାବେ ବିକଶିତ  କରିବା ପାଇଁ ରାଜ୍ୟ ସରକାର ପ୍ରଯତ୍ନ କରୁଛନ୍ତି ।

ଓଡ଼ିଶା ଆଗାମୀ ଦିନରେ ବିକଶିତ ଓଡ଼ିଶା ହେବ, ସମୃଦ୍ଧ ଓଡ଼ିଶା ହେବ । ବିକାଶର ଏହି ଯାତ୍ରା କଟକରୁ ଆରମ୍ଭ ହେବ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଓଡ଼ିଶାକୁ ଭଲ ପାଆନ୍ତି ଏବଂ ପୂର୍ବୋଦୟର ବିକାଶ ପାଇଁ ସେ ଲକ୍ଷ୍ୟ ରଖିଛନ୍ତି । 

ମୁଖ୍ୟମନ୍ତ୍ରୀ ପ୍ରଥମେ ପ୍ରତାପନଗରୀରେ ଦୁର୍ଗାମେଢ଼ ଦେଖିବା ପରେ ଚାଉଳିଆଗଞ୍ଜ, ଶିଖରପୁର, ଯୋବ୍ରା, ରାଣୀହାଟ, କଲେଜ ଛକ, ଛତ୍ରବଜାର, ମଧୁପାଟଣା, ଖାନନଗର, ପିଠାପୁର, ଝୋଲାସାହି, ଦରଘାବଜାର, ଚୌଧୁରୀବଜାର, ଚାନ୍ଦିନୀଚୌକ, ତୁଳସୀପୁର, ସିଡିଏ ସେକଟର ୬ ଓ ୭, ବିଡାନାସୀ, ମାତାମଠ ସହ ପ୍ରାୟ ୪୦ଟି ଦୁର୍ଗାମେଢ଼ ପରିଦର୍ଶନ କରିଥିଲେ । 

ପ୍ରତି ପୂଜାମଣ୍ଡପରେ ସ୍ଥାନୀୟ ବାସିନ୍ଦା ମୁଖ୍ୟମନ୍ତ୍ରୀଙ୍କୁ ଉତ୍ସାହର ସହ ସ୍ୱାଗତ କରିଥିବାବେଳେ ଆୟୋଜକ କମିଟି ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । 


ମୁଖ୍ୟମନ୍ତ୍ରୀଙ୍କ ସହ କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ପୂର୍ବତନ ମନ୍ତ୍ରୀ ଶ୍ରୀ ସମୀର ଦେ ଏବଂ ବରିଷ୍ଠ କର୍ମକର୍ତ୍ତାମାନେ ପୂଜା ମଣ୍ଡପ ବୁଲି ଦେଖିଥିଲେ ।

सोशल मीडिया पर देखें खेती-किसानी और अपने आसपास की खबरें, क्लिक करें...

- देश-दुनिया तथा खेत-खलिहान, गांव और किसान के ताजा समाचार पढने के लिए सोशल मीडिया प्लेटफार्म गूगल न्यूजगूगल न्यूज, फेसबुक, फेसबुक 1, फेसबुक 2,  टेलीग्राम,  टेलीग्राम 1, लिंकडिन, लिंकडिन 1, लिंकडिन 2टवीटर, टवीटर 1इंस्टाग्राम, इंस्टाग्राम 1कू ऐप  यूटयूब चैनल से जुडें- और पाएं हर पल की अपडेट